ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ, ୨୪ରେ କରିଥାନ୍ତେ ଜଗା ଦର୍ଶନ
ଓଏଲ୍ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି। ଆସନ୍ତା ୨୩ରୁ ୨୫ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ବରରେ ଅନେକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ଯୋଗ ଦେବାର ଯୋଜନା ଥିଲା। ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ ନେଇ ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।