Odisha Link
Bridging the Missing Links in Odisha

ପାରାଦୀପରେ ଲାଗୁ ହେବ ୧୬୩, ନଦୀବନ୍ଧରେ ଭାରିଯାନ ମନା

ଓଏଲ୍‌ ବ୍ୟୁରୋ: ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ। ଭଦ୍ରକ, କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ କରିଥିବା ନେଇ ପାରାଦୀପ ରାଡାର୍‌ ତଥ୍ୟରୁ ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି। ବାତ୍ୟା ପ୍ରଭାବରେ କିଛି ସ୍ଥାନରେ ପାଗ କୋହଲା ଦେଖିବାକୁ ମିଳିଛି। ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି ବାତ୍ୟା। ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟା ପ୍ରତି ୧୫ କିଲୋମିଟର ବେଗରେ ମାଡ଼ି ଆସୁଛି ଦାନା। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଅନ୍ୟପଟେ, ସମୁଦ୍ରରୁ ବଳ ଗୋଟାଇ ଆଗକୁ ଆଗକୁ ବଢୁଛି ଦାନା। ତାପୂର୍ବରୁ ପ୍ରଭାବ ଦେଖାଇବା ଆରମ୍ଭ କଲାଣି ବାତ୍ୟା। ଉପକୂଳରେ ଆରମ୍ଭ ହେଲାଣି ବର୍ଷା। ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ବର୍ଷା ଆରମ୍ଭ ହେଲାଣି। ପାରାଦୀପ, ରାଜନଗର ଓ ଧାମରା ଅଞ୍ଚଳରେ କଳାହାଣ୍ଡିଆ ମେଘ ଘୋଟି ଆସିବା ସହ ଝିପିଝିପି ବର୍ଷା ହେଉଛି। ବାତ୍ୟାକୁ ନଜରରେ ରଖି ପାରାଦୀପରୁ ଏରସମା ସିଆଳି ପର୍ଯ୍ୟନ୍ତ ସମୁଦ୍ର ତଟରେ କଟକଣା ଜାରି କରାଯିବ। ୧୬୩ ଲାଗୁ ହେବ ବୋଲି ଜଗତସିଂହପୁର ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସମୁଦ୍ରକୁ ସଂଯୋଗ କରୁଥିବା ନଦୀ ବନ୍ଧରେ ଭାରିଯାନ ବାରଣ କରାଯାଇଛି।

Leave A Reply

Your email address will not be published.