Odisha Link
Bridging the Missing Links in Odisha

ପ୍ରକାଶ ପାଇଲା +୨ ଇଣ୍ଟରନାଲ, ପ୍ରୋଜେକ୍ଟ ଏବଂ ପ୍ରାଟିକାଲ ପରୀକ୍ଷା ତାରିଖ

ଓଏଲ୍‌ ବ୍ୟୁରୋ: ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ପ୍ରକାଶ ପାଇଲା ଇଣ୍ଟରନାଲ, ପ୍ରୋଜେକ୍ଟ ଏବଂ ପ୍ରାଟିକାଲ ପରୀକ୍ଷା ତାରିଖ। ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ଇଣ୍ଟରନାଲ ଓ ପ୍ରୋଜେକ୍ଟ ପରୀକ୍ଷା ଡିସେମ୍ବର ୨୩ରୁ ୩୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ପ୍ରାଟିକାଲ ପରୀକ୍ଷା ୨୦୨୫ ଜାନୁଆରୀ ୨ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଫେବ୍ରୁଆରୀ ୧୫ ତାରିଖରୁ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ବୋର୍ଡ ପକ୍ଷରୁ ଘୋଷଣା କରା ସରିଛି।

ସୂଚନାଥାଉକି, ଏଥର ଯୁକ୍ତ ଦୁଇ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି। ଏଣିକି ୮୦ମାର୍କରୁ ୨୪ ମାର୍କ ରଖିଲେ ପାସ୍। ଇଂରାଜୀ ଓ ମାତୃଭାଷାରୁ ରଚନାକୁ ବାଦ ଦିଆଯାଇଥିବା ବେଳେ ଆଉ ପ୍ରଶ୍ନପତ୍ରରେ ଆସିବନି ଦର୍ଶ ମାର୍କ ବିଶିଷ୍ଟ ପ୍ରଶ୍ନ। ୨୦୨୫ରେ ଯୁକ୍ତ ୨ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଶ୍ନପତ୍ର ଢାଞ୍ଚା ବଦଳାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।

ନୂଆ ଢାଞ୍ଚା ଅନୁଯାୟୀ ଏଣିକି ବାର୍ଷିକ ପରୀକ୍ଷାରେ ୧୦୦ ନୁହେଁ ବରଂ ପରୀକ୍ଷାର୍ଥୀଙ୍କୁ ୮୦ ମାର୍କର ଥିଓରୀ ପରୀକ୍ଷା ଦେବାକୁ ପଡ଼ିବ। ସେଥିରୁ ୨୪ ମାର୍କ ରଖିଲେ ଜଣେ ପରୀକ୍ଷାର୍ଥୀ ପାସ କରିବେ, ନହେଲେ ଫେଲ ବୋଲି ବିବେଚନା କରାଯିବ। ବାକି ୨୦ ମାର୍କ ଇଣ୍ଟରନାଲ ପରୀକ୍ଷା ହେବ। ସେଥିରେ ପରୀକ୍ଷାର୍ଥୀ ଯେତିକି ମାର୍କ ରଖିବେ ତାକୁ ମୋଟ ମାର୍କ ସହ ସଂଯୋଗ କରାଯିବ। ହେଲେ ଥିଓରୀ ମାର୍କ ସହ ଏହାକୁ ମିଶାଇ ପାସ୍ ବୋଲି ଗଣାଯିବ ନାହିଁ।

Leave A Reply

Your email address will not be published.