Odisha Link
Bridging the Missing Links in Odisha

ଭୟ ବଢ଼ାଇଲା ‘ଦାନା’, ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ

ଓଏଲ୍‌ ବ୍ୟୁରୋ: ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ। ଭଦ୍ରକ, କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ କରିଥିବା ନେଇ ପାରାଦୀପ ରାଡାର୍‌ ତଥ୍ୟରୁ ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି। ବାତ୍ୟା ପ୍ରଭାବରେ କିଛି ସ୍ଥାନରେ ପାଗ କୋହଲା ଦେଖିବାକୁ ମିଳିଛି। ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି ବାତ୍ୟା। ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟା ପ୍ରତି ୧୫ କିଲୋମିଟର ବେଗରେ ମାଡ଼ି ଆସୁଛି ଦାନା। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ସମ୍ଭାବ୍ୟ ବାତ୍ୟା ‘ଦାନା’ ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ନେଇ ସବୁ ବନ୍ଦର ପାଇଁ ବିପଦ ସଙ୍କେତ ଜାରି ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.