Odisha Link
Bridging the Missing Links in Odisha

ଭୀଷଣ ବାତ୍ୟାର ରୂପ ନେଲା ‘ଦାନା’, ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ଆରମ୍ଭ

ଓଏଲ୍‌ ବ୍ୟୁରୋ: ସ୍ଥଳଭାଗ ମୁହାଁ ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି ‘ଦାନା’। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ।

ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ସୂଚନା ଅନୁଯାୟୀ, ଏବେ ବାତ୍ୟା ‘ଦାନା’ ପାରାଦୀପଠାରୁ ୨୮୦ କିଲୋମିଟର ଏବଂ ଧାମରାରୁ ୩୧୦ କିଲୋମିଟର ଦୂରରେ ରହିଛି। ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି।

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ୪ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକରେ ରହିବ ବାତ୍ୟାର ଅଧିକ ପ୍ରଭାବ। ଏସବୁ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସହ ପବନ ବହିବ। ସେମିତି ପାର୍ଶ୍ୱବର୍ତ୍ତୀ ଜିଲ୍ଲା ପୁରୀ, ଖୋର୍ଦ୍ଧା, କଟକ, ମୟୂରଭଂଜ, କେନ୍ଦୁଝର ଓ ଢେଙ୍କାନାଳରେ ବି ପ୍ରବଳ ବର୍ଷିବ।

ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏପଟେ ବାତ୍ୟା ପାଇଁ ପୁରୀ, ପାରାଦୀପ, ଗୋପାଳପୁର ଓ ଧାମରା ବନ୍ଦରରେ ବିପଦ ସଙ୍କେତ ନମ୍ବର କ୍ରମାଗତ ବଢ଼ାଯାଉଛି।

Leave A Reply

Your email address will not be published.