Odisha Link
Bridging the Missing Links in Odisha

ମାଡ଼ି ଆସୁଛି ‘ଦାନା’, ପାରାଦୀପଠୁ ୨୧୦ କିମି ଦୂରରେ ବାତ୍ୟା

ଓଏଲ୍‌ ବ୍ୟୁରୋ: ସ୍ଥଳଭାଗ ମୁହାଁ ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି ‘ଦାନା’। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ପାରାଦୀପଠାରୁ ବାତ୍ୟା ୨୧୦ କିଲୋମିଟର ଦୂରରେ ଥିବାବେଳେ ଧାମରାଠାରୁ ୨୪୦ କିମି ଦୂରରେ ରହିଛି। ଭିତରକନିକା ଏବଂ ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଥିବାବେଳେ ସମୁଦ୍ରରେ ବର୍ତ୍ତମାନ ଘଣ୍ଟା ପ୍ରତି ୧୨ କିମି ବେଗରେ ଅଗ୍ରସର ହେଉଛି।

ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ସୂଚନା ଅନୁଯାୟୀ, ଏବେ ବାତ୍ୟା ‘ଦାନା’ ପାରାଦୀପଠାରୁ ୨୧୦ କିଲୋମିଟର ଏବଂ ଧାମରାରୁ ୨୪୦ କିଲୋମିଟର ଦୂରରେ ରହିଛି। ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି। ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା। ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା। ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।

Leave A Reply

Your email address will not be published.