‘ଜିରୋ କାଜୁଆଲିଟିରେ ସରକାର ସଫଳ, ସନ୍ଧ୍ୟା ସୁଦ୍ଧା ସ୍ବାଭାବିକ ହେବ ବିଦ୍ୟୁତ ସେବା’

ଓଏଲ୍ ବ୍ୟୁରୋ: ଦୁର୍ବଳ ହେଉଛି ଦାନା। ରାତି ୧୨ଟା ୫ରୁ ଆରମ୍ଭ ହୋଇଥିବା ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଛି। ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାକୁ ଆସିଛି। ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ବଡ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ୬ ହଜାର ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା। ବାତ୍ୟା କାଳରେ ୧୬ ଶହ ଶିଶୁ ଜନ୍ମ ନେଇଛନ୍ତି। ଆଗୁଆ ପଦକ୍ଷେପ ପାଇଁ ଜୀବନ ହାନି ହୋଇନି।
କାଲି ରାତିରେ ବାତ୍ୟା ଲ୍ୟାଣ୍ଡଫଲ କରିଛି। ରାଜକନିକା ଓ ରାଜନଗରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଭଦ୍ରକର ଧାମରା ଓ ଚାନ୍ଦବାଲିରେ କ୍ଷୟକ୍ଷତି ହୋଇଛି। ସରକାରଙ୍କ ଜିରୋ କାଜୁଆଲିଟି ଲକ୍ଷ୍ୟ ପୂରଣ ହୋଇଛି। ଜୋରସୋରରେ ଚାଲିଛି ପୁନରୁଦ୍ଧାର କାମ ଚାଲିଛି। ମନ୍ତ୍ରୀମାନେ ପ୍ରଭାବିତ ଅଞ୍ଚଳକୁ ବାହାରି ଗଲେଣି। ଦିନ ୧ଟା ସୁଦ୍ଧା ରାସ୍ତା ସଫା କାମ ସରିବ। ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତ ସେବା ସ୍ବାଭାବିକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।