Odisha Link
Bridging the Missing Links in Odisha

‘ଦାନା’ ପ୍ରଭାବରେ ମାଡ଼ିଗଲା ଜୁଆର, ପାଣି ଘେରରେ ୫୦୦ରୁ ଅଧିକ ପରିବାର

ଓଏଲ୍ ବ୍ୟୁରୋ: ବାତ୍ୟା ‘ଦାନା’ ହବାଳିଖଟିରେ ଲ୍ୟାଣ୍ଡଫଲ କରିବା ସହ ତାଣ୍ଡବ ରଚିଛି। କାହାର ଘର କାନ୍ଥ ଭାଙ୍ଗିଛି ତ କାହାର ଛପର ଉଡ଼ିଛି। ରାସ୍ତାରେ ମୁହଁମାଡ଼ି ପଡ଼ିଛନ୍ତି ବିରାଟ ବିରାଟ ଗଛ। ଚାଷ ବୁଡିଛି, ମୁଣ୍ଡରେ ହାତ ଦେଇ ଚାଷୀ ବସିଛି। ପିଲାଛୁଆଙ୍କୁ ଧରି ଘରବାଡି ଛାଡି ଲୋକେ ବାତ୍ୟା ଆଶ୍ରୟ ସ୍ଥଳରେ ମୁଣ୍ଡ ଗୁଞ୍ଜିଛନ୍ତି। ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆ ଜୁଆର ପାଣିରେ ବୁଡ଼ିଯାଇଛି। ପାଣି ଘେରରେ ୫୭୧ ପରିବାର ରହିଛନ୍ତି।

ଅନ୍ୟପଟେ, ମୁଖ୍ୟମନ୍ତ୍ରୀ କହିଛନ୍ତି, କାଲି ରାତିରେ ବାତ୍ୟା ଲ୍ୟାଣ୍ଡଫଲ କରିଛି। ରାଜକନିକା ଓ ରାଜନଗରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଭଦ୍ରକର ଧାମରା ଓ ଚାନ୍ଦବାଲିରେ କ୍ଷୟକ୍ଷତି ହୋଇଛି। ସରକାରଙ୍କ ଜିରୋ କାଜୁଆଲିଟି ଲକ୍ଷ୍ୟ ପୂରଣ ହୋଇଛି। ଜୋରସୋରରେ ଚାଲିଛି ପୁନରୁଦ୍ଧାର କାମ ଚାଲିଛି। ମନ୍ତ୍ରୀମାନେ ପ୍ରଭାବିତ ଅଞ୍ଚଳକୁ ବାହାରି ଗଲେଣି। ଦିନ ୧ଟା ସୁଦ୍ଧା ରାସ୍ତା ସଫା କାମ ସରିବ। ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତ ସେବା ସ୍ବାଭାବିକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.