Odisha Link
Bridging the Missing Links in Odisha

ଆଜିଠୁ ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଦୁର୍ନୀତି ମୁକ୍ତ ରାଜ୍ୟ ଗଠନ କରିବା ଦିଗରେ ସରକାର ତତ୍ପରତା ଦେଖାଇଛନ୍ତି। ଦୁର୍ନୀତି ମୁକ୍ତ ରାଜ୍ୟ ଗଠନ ପାଇଁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୪ ଆରମ୍ଭ ହୋଇଛି। ଲୋକସେବା ଭବନରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ସାଧୁତାର ଶପଥ ପାଠ କରାଇଛନ୍ତି।

ଚଳିତ ବର୍ଷ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅକ୍ଟୋବର ୨୮ ତାରିଖ ଅର୍ଥାତ ଆଜିଠୁ ଆରମ୍ଭ ହୋଇ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ। ‘ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିଭିଭୂମି” ବା “Culture of Integrity for Nation’s Prosperity” ପ୍ରସଙ୍ଗ ଆଧାରରେ ପାଳନ କରାଯାଉଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବରେ କାର୍ଯ୍ୟକ୍ରମରେ ସାମିଲ ହୋଇଥିବାବେଳେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗୀୟ ମୁଖ୍ୟ, ସରକାରୀ ମୁଖ୍ୟ ଓ ମୁଖ୍ୟ କାର୍ଯ୍ୟାଳୟ, ସଂସ୍ଥାମାନଙ୍କରେ କାର୍ଯ୍ୟାରତ ସମସ୍ତ ଅଧିକାରୀଙ୍କୁ ସାଧୁତାର ଶପଥ ପାଠ କରାଇଛନ୍ତି।

Leave A Reply

Your email address will not be published.