Odisha Link
Bridging the Missing Links in Odisha

କିରାଣିଙ୍କ ଗର୍ଭନଷ୍ଟ ଅଭିଯୋଗ: ବ୍ଲକ ଅଫିସରୁ ସିଡିପିଓ ବିଦା

ଓଏଲ୍‌ ବ୍ୟୁରୋ: ଗର୍ଭବତୀ ମହିଳାଙ୍କ ସୁରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଥିବା ବେଳେ କେନ୍ଦ୍ରାପଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ସରକାରୀ ପଦବୀରେ ଥିବା ମହିଳା ନିଜର କ୍ଷମତାର ଅପବ୍ୟବହାର କରି ନିଜର ଜଣେ ଅଧୀନସ୍ଥ ଗର୍ଭବତୀ ମହିଳା କର୍ମଚାରୀଙ୍କୁ ମେଡିକାଲ ଯିବାକୁ ଅନୁମତି ଦେଇନଥିବା ଅଭିଯୋଗ ପରେ ଉପମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତି ନେଇଛନ୍ତି।

ଉପମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି, ସିଡିପିଓ ସ୍ନେହଲତା ସାହୁଙ୍କ ଅବହେଳା ପାଇଁ କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ମହିଳା ଓ ଶିଶୁ ବିକାଶ ବିଭାଗରେ କାର୍ଯ୍ୟରତ କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କ ୭ ମାସର ଗର୍ଭ ନଷ୍ଟ ହେବା ଘଟଣାର ନିରପେକ୍ଷ ତଦନ୍ତ ପାଇଁ ସିଡିପିଓ ସ୍ନେହଲତା ସାହୁଙ୍କୁ ବ୍ଲକ ଅଫିସରୁ ଅପସାରଣ କରାଗଲା। ଘଟଣାର ନିରପେକ୍ଷ ତଦନ୍ତ ହୋଇ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ନିରପେକ୍ଷ ଏବଂ ତ୍ୱରିତ ତଦନ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନଯୋଗ୍ୟ, କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ମହିଳା ଓ ଶିଶୁ ବିକାଶ ବିଭାଗରେ କାର୍ଯ୍ୟରତ କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ର ୭ ମାସର ଗର୍ଭବତୀ ଥିଲେ। ଗତ ୨୫ ତାରିଖରେ ସେ କାର୍ଯ୍ୟାଳୟରେ ଥିବାବେଳେ ଗର୍ଭ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ତାଙ୍କୁ ତୁରନ୍ତ ଡାକ୍ତରଖାନା ନେବାକୁ ବର୍ଷା ବିଭାଗୀୟ ଅଧିକାରୀ ତଥା ସିଡିପିଓ ସ୍ନେହଲତା ସାହୁଙ୍କୁ ନିବେଦନ କରିଥିଲେ। ଡେରାବିଶ ସିଡିପିଓ ସ୍ନେହଲତା ସାହୁ ତାଙ୍କୁ ମେଡିକାଲ ନେବା ତଥା ଆମ୍ବୁଲାନ୍ସ ଡାକିବା ବଦଳରେ ବର୍ଷାଙ୍କୁ ମାନସିକ ନିର୍ଯାତନା ଦେଇଥିଲେ।

ଯାହା ଫଳରେ ଅତ୍ୟଧିକ ଗର୍ଭଯନ୍ତ୍ରଣା ଯୋଗୁଁ ବର୍ଷା ଅସୁସ୍ଥ ହୋଇ ପଡ଼ିବାରୁ ଖବର ପାଇ ତାଙ୍କ ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ସେତେବେଳକୁ ବହୁ ବିଳମ୍ବ ହୋଇ ଯାଇଥିଲା ଓ ତାଙ୍କ ଗର୍ଭରେ ଥିବା ଶିଶୁର ମୃତ୍ୟୁ ଘଟିଥିବା ଡାକ୍ତର କହିଥିଲେ। ଏହାପରେ ପରିବାର ପକ୍ଷରୁ ସିଡିପିଓଙ୍କ ବିରୋଧରେ ଲିଖିତ ଅଭିଯୋଗ ହୋଇଥିଲା।

କନିଷ୍ଠ କିରାଣି ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଅନୁଯାୟୀ ସିଡିପିଓ ସ୍ନେହଲତା ସାହୁ ତଳିଆ କର୍ମଚାରୀଙ୍କୁ ଦୀର୍ଘ ୩ ବର୍ଷ ହେଲାଣି ମାନସିକ ନିର୍ଯ୍ୟାତନା ଦେଇ ଆସୁଥିଲେ। ତାଙ୍କ ଇସାରରେ କାମ କରିବାକୁ କର୍ମଚାରୀଙ୍କୁ ବାଧ୍ୟ କରୁଥିଲେ। ଏ ନେଇ କନିଷ୍ଠ କିରାଣୀ ଉପରସ୍ଥ ଅଧିକାରୀଙ୍କୁ ବାରମ୍ବାର ଜଣାଇଛନ୍ତି। କିନ୍ତୁ କେହି କର୍ଣ୍ଣପାତ କରି ନ ଥିଲେ। ଆଉ ଏହି ନିର୍ଯ୍ୟାତନା ଚରମ ସୀମାରେ ପହଁଚିଥିବା ଅଭିଯୋଗ ହୋଇଛି।

Leave A Reply

Your email address will not be published.