କେନ୍ଦ୍ର ସରକାର ଦେଲେ ଖୁସି ଖବର, କମିବ ପେଟ୍ରୋଲ ଓ ଡିଜେଲ ଦର
ଓଏଲ୍ ବ୍ୟୁରୋ: କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କମିବ ପେଟ୍ରୋଲ ଓ ଡିଜେଲ ଦର। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଉପଭୋକ୍ତା। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଓଡ଼ିଶାର ୯ଟି ସ୍ଥାନରେ ଉପଭୋକ୍ତା ଉପକୃତ ହେବେ। ଏନେଇ ‘ଏକ୍ସ’ରେ ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ସୂଚନା ଦେଇଛନ୍ତି।
କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଦ୍ୱାରା ଓଡ଼ିଶାର ୯ଟି ସ୍ଥାନରେ ଉପଭୋକ୍ତା ଉପକୃତ ହେବେ। ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାବାସୀଙ୍କୁ ମିଳିବ ଲାଭ। କୁନନପାଲିରେ ପେଟ୍ରୋଲ ୪ ଟଙ୍କା ୬୯ ପଇସା ଓ ଡିଜେଲ୍ ୪ ଟଙ୍କା ୪୫ ପଇସା ହ୍ରାସ ପାଇବ। କାଲିମେଳାରେ ପେଟ୍ରୋଲ ୪ ଟଙ୍କା ୫୫ ପଇସା ଓ ଡିଜେଲ୍ ୪ଟଙ୍କା ୩୨ ପଇସା ହ୍ରାସ ପାଇବ।
ଗନ୍ଧିପାଲିରେ ପେଟ୍ରୋଲ ୪ ଟଙ୍କା ୧୯ ପଇସା ଓ ଡିଜେଲ୍ ୩ ଟଙ୍କା ୯୭ ପଇସା, ନନ୍ଦପୁରରେ ପେଟ୍ରୋଲ ୩ ଟଙ୍କା ୭୧ ପଇସା ଓ ଡିଜେଲ୍ ୩ ଟଙ୍କା ୫୨ ପଇସା ହ୍ରାସ ପାଇବ। ମାଳିପୁଟରେ ପେଟ୍ରୋଲ ୩ ଟଙ୍କା ୬୬ ପଇସା, ଡିଜେଲ୍ ୩ ଟଙ୍କା ୪୭ ପଇସା ହ୍ରାସ ପାଇବାକୁ ଥିବା ବେଳେ ରାମଗିରିରେ ପେଟ୍ରୋଲ ୩ ଟଙ୍କା ୬୦ ପଇସା ଓ ଡିଜେଲ୍ ୩ ଟଙ୍କା ୪୦ପଇସା, ବଡ଼ସାଗରରେ ପେଟ୍ରୋଲ ୩ ଟଙ୍କା ୫୨ ପଇସା ଓ ଡିଜେଲ୍ ୩ ଟଙ୍କା ୩୩ ପଇସା,ରାଇଘରରେ ପେଟ୍ରୋଲ ୩ ଟଙ୍କା ୪୧ ପଇସା ଓ ଡିଜେଲ୍ ୩ଟଙ୍କା ୨୨ ପଇସା ଏବଂ ଝରିଗାଁରେ ପେଟ୍ରୋଲ ୩ ଟଙ୍କା ୨୫ ପଇସା ଓ ଡିଜେଲ୍ ୩ ଟଙ୍କା ୦୮ ପଇସା ହ୍ରାସ ପାଇବ।