ବଡ଼ ଖବର: ଏହି ୨ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ
![](https://www.odishalink.com/wp-content/uploads/2024/07/cm-2-750x430.jpg)
ଓଏଲ୍ ବ୍ୟୁରୋ: ନଭେମ୍ବର ମାସର ପ୍ରଥମ ଓ ଦ୍ୱିତୀୟ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ଦିନ ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।