Odisha Link
Bridging the Missing Links in Odisha

ପଞ୍ଜିକାରେ ତିଥି ଦ୍ୱନ୍ଦ୍ୱ, ପାଞ୍ଜିକାରଙ୍କୁ ପାଣ୍ଡୁଲିପି ମାଗିଲା ଶ୍ରୀମନ୍ଦିର ପ୍ରଶାସନ

ଓଏଲ୍‌ ବ୍ୟୁରୋ: ରାକ୍ଷୀ ପୂର୍ଣ୍ଣିମା, ମାଘ ପୂର୍ଣ୍ଣିମା ଆଉ ଏବେ କୁମାର ପୂର୍ଣ୍ଣିମା ପରେ ପୁଣିଥରେ କାଳୀପୂଜା ଓ ଦୀପାବଳି ଅମାବାସ୍ୟା ପାଳନକୁ ନେଇ ଦ୍ୱନ୍ଦ୍ୱ ଦେଖିବାକୁ ମିଳିଥିଲା। ଚଳିତବର୍ଷ ପାଞ୍ଜି ଓ କ୍ୟାଲେଣ୍ଡରରେ ଅନେକ ଗୁରୁତର ତ୍ରୁଟି ଓ ଦ୍ୱନ୍ଦ୍ୱ ରହିଥିବା ଅଭିଯୋଗ ମଧ୍ୟ ସାମ୍ନାକୁ ଆସିଛି। ଚଳିତବର୍ଷ ଦୀପାବଳି ଅମାବାସ୍ୟା ପାଳନ ଓ ପୟାଶ୍ରାଦ୍ଧ ପାଳନକୁ ନେଇ ଦ୍ୱନ୍ଦ୍ୱ ଉପୁଜୁଥିବା ପରିଲକ୍ଷିତ ହୋଇଥିଲା। ତିଥିକୁ ନେଇ ପଞ୍ଜିକାରେ ଦ୍ବନ୍ଦ୍ବ ପ୍ରସଙ୍ଗରେ ପାଞ୍ଜିକାରଙ୍କୁ ପାଣ୍ଡୁଲିପି ମାଗିଲା ଶ୍ରୀମନ୍ଦିର ପ୍ରଶାସନ। ପାଣ୍ଡୁଲିପି ଆସିବା ପରେ ବୈଠକ କରାଯିବ।

ଅଭିଯୋଗ ଅନୁସାରେ, ଓଡ଼ିଶାରୁ ପ୍ରକାଶ ପାଉଥିବା ଏକାଧିକ ପାଞ୍ଜି ଗଣନା ମଧ୍ୟରେ ତାଳମେଳ ରହୁନାହିଁ। ଏହାଦ୍ୱାରା ପର୍ବପର୍ବାଣି ଓ ଯାନିଯାତ୍ରାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ରହୁଛନ୍ତି। ତେବେ ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଏବଂ ଜ୍ୟୋତିର୍ବିଦମାନେ ପାଞ୍ଜି ଅନୁଯାୟୀ ଅକ୍ଟୋବର ୩୧ତାରିଖ ରାତିରେ କାଳୀପୂଜା ଓ ନଭେମ୍ବର ୧ରେ ପୟାଶ୍ରାଦ୍ଧ କରିବା ପାଇଁ ପରାମର୍ଶ ଦେଇଥିଲେ।

ପାଞ୍ଜି ଗଣନାଙ୍କ ମତ ଅନୁସାରେ ପ୍ରତ୍ୟୁଷ ଓ ପ୍ରଦୋଷ ସମୟକୁ ଭିତ୍ତି କରି ଅମାବାସ୍ୟା ଗଣନା ହୋଇଥାଏ। ତେଣୁ ୧ତାରିଖରେ ଶ୍ରାଦ୍ଧ କରିବାକୁ ଗବେଷକ ଓ ଜ୍ୟୋତିର୍ବିଦ ପରାମର୍ଶ ଦେଇଥିଲେ। ତେବେ ଏପରି ସମସ୍ୟା କିଛିବର୍ଷ ହେବ ଦେଖିବାକୁ ମିଳୁଛି। ପ୍ରତ୍ୟେକ ବର୍ଷ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଭୁଲ ଓ ତ୍ରୁଟିବିହୀନ ପାଞ୍ଜି ପ୍ରସ୍ତୁତ ପାଇଁ ପାଞ୍ଜୀ ସମୀକ୍ଷା ବୈଠକ ବସିଥାଏ। ଏହା ସତ୍ତ୍ୱେ ପାଞ୍ଜି ଗଣନାରେ ତ୍ରୁଟି ଓ ଦ୍ୱନ୍ଦ୍ୱ ରହୁଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ବ୍ୟକ୍ତ କରାଯାଇଛି।

Leave A Reply

Your email address will not be published.