ଜାତୀୟ ଉତ୍ସବ ଭାବେ ପାଳିତ ହେବ ହରେକୃଷ୍ଣ ମହତାବଙ୍କ ଜନ୍ମ ଜୟନ୍ତୀ
ଓଏଲ୍ ବ୍ୟୁରୋ: ଜନନାୟକ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀକୁ ଜାତୀୟ ଉତ୍ସବ ଭାବେ ପାଳନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାରଙ୍କ ଉପରୋକ୍ତ ନିଷ୍ପତ୍ତି ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୁସିବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସରେ କହିଛନ୍ତି ଯେ, ଓଡିଶାର କିମ୍ବଦନ୍ତୀ ଜାତୀୟତାବାଦୀ ନେତାଙ୍କ ପାଇଁ ଏହା ଏକ ମହାନ ଶ୍ରଦ୍ଧାଞ୍ଜଳି ଅଟେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ଡ. ମହତାବଙ୍କ ୧୨୫ ତମ ଜନ୍ମ ବାର୍ଷିକୀକୁ ବର୍ଷବ୍ୟାପୀ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ନଭେମ୍ବର ୨୧ରୁ ୩ ଦିନ ଧରି ଭୁବନେଶ୍ୱରରେ ଜୟନ୍ତୀ ସମାରୋହ ଅନୁଷ୍ଠିତ ହେବାକୁ ଥିବାବେଳେ ଆସନ୍ତା ଏକ ବର୍ଷ ଯାଏଁ ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ କରାଯିବ।