‘୨୦୨୭ ଶେଷ ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ’
ଓଏଲ୍ ବ୍ୟୁରୋ: ରାଜ୍ୟରେ ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ଏସବୁ ଭିତରେ ମେଟ୍ରୋ ରେଳ ପ୍ରକଳ୍ପକୁ ନେଇ ବଡ଼ ଖବର ଆସିଛି। ୨୦୨୭ ମସିହା ଡିସେମ୍ବର ମାସ ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାମ ସରିବ। ଏନେଇ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ଭୁବନେଶ୍ୱର ମେଟ୍ରୋ ଟ୍ରେନ୍ ଭୂମି ଠାରୁ ୧୩ ମିଟର ଉଚ୍ଚରେ ଯିବ। ତେବେ ରାଜମହଲ, ଜୟଦେବ ବିହାର ଓ ବାରଙ୍ଗରେ ଏହି ମେଟ୍ରୋ ଟ୍ରେନ୍ର ଉଚ୍ଚତା ଅଧିକ ରହିବ। ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାମ ସରିବ ବୋଲି ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।