Odisha Link
Bridging the Missing Links in Odisha

ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର: ମିଳିବ ୩ ମାସର ଆଗୁଆ ଚାଉଳ

ଓଏଲ୍ ବ୍ୟୁରୋ: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ମିଳିବ ୩ ମାସର ଆଗୁଆ ଚାଉଳ। ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଆଗୁଆ ଚାଉଳ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତି ହିତାଧିକାରୀଙ୍କୁ ୧୫ କିଲୋ ଲେଖାଏଁ ଚାଉଳ ଦିଆଯିବ। ସାଧାରଣ ବଣ୍ଟନ ବିଭାଗର କାର୍ଯ୍ୟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବାଦ୍ ପଡ଼ିଥିବା ୧.୩୧ ଲକ୍ଷ ଶ୍ରମିକଙ୍କୁ ତୁରନ୍ତ ସାମିଲ ପାଇଁ ନିର୍ଦ୍ଦେଶ ଦେବା ସହ E-KYC ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଛନ୍ତି। ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଏହି ପ୍ରକ୍ରିୟା ଅକ୍ଟୋବର ପହିଲା ଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇ ନାହାନ୍ତି। ତେଣୁ ଏହି ପରିବାର ଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧ଲକ୍ଷ ୩୧ ହଜାର ଶ୍ରମିକ ବାକି ରହିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ନିଷ୍ପତ୍ତି ହୋଇଛି ।

Leave A Reply

Your email address will not be published.