ପଦ୍ମ ବିଜେତାଙ୍କୁ ମାସିକ ୩୦ ହଜାର ଟଙ୍କା
ବର୍ଷକୁ ଖର୍ଚ୍ଚ ହେବ ୨କୋଟି
ଓଏଲ୍ ବ୍ୟୁରୋ:ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର ସମ୍ମାନ ସୂଚକ ସହାୟତା ରାଶି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।