ଭିଜିଲାନ୍ସ ପଞ୍ଝାରେ କନିଷ୍ଠ ସହାୟକ
ଓଏଲ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ପ୍ରଦୀପ୍ତ କୁମାର ସାହୁ। ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଚମ୍ପାଝର ଏମଇ ସ୍କୁଲର ପୂର୍ବତନ ଶିକ୍ଷୟିତ୍ରୀଙ୍କ ଇନକ୍ରିମେଣ୍ଟ ଏରିୟର ଟଙ୍କା କରାଇ ଦେବା ଲାଗି ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ତେବେ ୬ ହଜାର ଟଙ୍କାରେ ରାଜି ହୋଇଥିଲେ। ଏନେଇ ଖୋର୍ଦ୍ଧା ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ ପୂର୍ବତନ ଶିକ୍ଷୟିତ୍ରୀ। ୬ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ। ପ୍ରଦୀପ୍ତ ସାହୁଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ। ଗିରଫ ସହ ଅଫିସରୁ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି।