Odisha Link
Bridging the Missing Links in Odisha

ନୟାଗଡ଼ରେ ଗଡ଼ିଲା ପୋଷ୍ୟସନ୍ତାନ ସଚେତନତା ରଥ

ଓଏଲ୍‌ ବ୍ୟୁରୋ: ନୟାଗଡ଼ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଦ୍ୱାରା ପୋଷ୍ୟ ମାସ ପାଳନ ଅବସରରେ ଏକ ସଚେତନତା ରଥର ଶୁଭ ଉଦ୍‌ଘାଟନ କରାଯାଇଛି। ଏହାପରେ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ଯକ୍ଷତାରେ ପୋଷ୍ୟ ସନ୍ତାନ ଗ୍ରହଣ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧୁକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ, ଉପ ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ପୋଷ୍ୟ ସନ୍ତାନ ଗ୍ରହଣ ସମ୍ବନ୍ଧରେ ନିଜ ନିଜର ବକ୍ତବ୍ୟ ରଖିଥିଲେ।

ଏହି କାର୍ଯ୍ୟକ୍ରମରେ କଟକ ପ୍ରକଳ୍ପ ନିର୍ଦ୍ଦେଶକ ସଂଯୋଗ ସଦସ୍ୟ ଭାବେ ଯୋଗ ଦେଇ ଜିଲ୍ଲାରେ ପୋଷ୍ୟ ସନ୍ତାନ ଗ୍ରହଣ କିଭଳି ଭାବେ ଅଭିବୃଦ୍ଧି ଘଟିବ ଓ ପ୍ରତିପାଳକ ଯତ୍ନ ବ୍ୟବସ୍ଥାର ସଠିକ୍ କାର୍ଯ୍ୟକାରୀ ହୋଇପାରିବ ସେ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ। ଏହି ସେଚନତା କାର୍ଯ୍ୟକ୍ରମରେ ଚାଇଲଡ୍ ହେଲପ୍ ଲାଇନର ସୁଦୂର ପ୍ରସାର ନିମନ୍ତେ ପୋଷ୍ଟର ଗୁଡ଼ିକୁ ମଞ୍ଚାସୀନ ଅତିଥିମାନେ ଉନ୍ମୋଚନ କରିଥିଲେ। ପୋଷ୍ୟ ସନ୍ତାନ ଗ୍ରହଣ କରିଥିବା ଦମ୍ପତିଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି କର୍ମଶାଳାରେ ନୟାଗଡ଼ ଜିଲ୍ଲାର ସମସ୍ତ ସିଡିପିଓ, ସୁପରଭାଇଜର, ନର୍ସିଂ ହୋମର କର୍ମକର୍ତା, ସାମାଜିକ ଅନୁଷ୍ଠାନ, ଶିଶୁ ପରିଚର୍ଯ୍ୟା ଅନୁଷ୍ଠାନର ତତ୍ବାବଧାରକ, ଆଶା ସଂଯୋଜକ ପ୍ରମୁଖ ଯୋଗ ଦେଇଥିଲେ।

Leave A Reply

Your email address will not be published.