Odisha Link
Bridging the Missing Links in Odisha

ଲୋକଙ୍କ ସେବା ଓ ଉନ୍ନତିରେ ସମୀରଙ୍କ କାର୍ଯ୍ୟ ସ୍ମରଣୀୟ: ନବୀନ ପଟ୍ଟନାୟକ

ଓଏଲ୍‌ ବ୍ୟୁରୋ: ରାଜ୍ୟ ରାଜନୀତି ପାଇଁ ଅଶୁଭ ଖବର। ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ୬୭ ବର୍ଷ ବୟସରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ ପ୍ରାଣତ୍ୟାଗ କରିଛନ୍ତି। ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ମୃତ୍ୟୁ ଖବର ପରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଖେଳିଯାଇଛି ।

ବିଜେପି ନେତା ସମୀର ଦେ’ଙ୍କ ଦେହାନ୍ତ ପରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ।

ସମୀର ଦେ’ଙ୍କ ଦେହାନ୍ତ ପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଟ୍ୱିଟ କରି ନବୀନ ଲେଖିଛନ୍ତି, ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଦୀର୍ଘ ସମୟ ଧରି ଲୋକଙ୍କ ସେବା ଓ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସୂଚନାଥାଉକି, ଅକ୍ଟୋବର ୨୫ରୁ ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତାଙ୍କୁ ଛାତିରେ ଯନ୍ତ୍ରଣା ଅନୁଭବ କାରଣରୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କ ଦେହାନ୍ତ ହୋଇଛି। କିଛି ଦିନ ତଳେ ତାଙ୍କର ସଫଳ କିଡନି ପ୍ରତିରୋପଣ କରାଯାଇଥିଲା। ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ।୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।

Leave A Reply

Your email address will not be published.