Odisha Link
Bridging the Missing Links in Odisha

ଆଜିଠୁ ଦିଲ୍ଲୀରେ ସ୍କୁଲ ବନ୍ଦ, ଅନଲାଇନ୍‌ରେ ପାଠ ପଢ଼ିବେ ଛାତ୍ରଛାତ୍ରୀ

ଓଏଲ୍‌ ବ୍ୟୁରୋ: ଦିଲ୍ଲୀରେ ଚିନ୍ତା ବଢ଼ାଉଛି ବାୟୁ ପ୍ରଦୂଷଣ। ସକାଳୁ ସକାଳୁ ଦେଶର ରାଜଧାନୀର ବିଭିନ୍ନ ସ୍ଥାନ ବିଷାକ୍ତ ବାୟୁରେ ଛାଇ ହୋଇ ରହିଛି। ସେଣ୍ଟ୍ରାଲ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ମୁତାବକ ଇଣ୍ଡିଆ ଗେଟ ସମେତ ଅନେକ ଅଞ୍ଚଳରେ ବାୟୁ ଗୁଣବତ୍ତା ମାନ ୫୦୦ ଟପିଛି। ବାୟୁର ମାନ ନିମ୍ନମାନରେ ପହଁଞ୍ଚିଛି।

ମୁକାବିଲା ପାଇଁ ଜିଆର୍‌ଏପି-୪ କଟକଣା ଲାଗୁ ହୋଇଛି। ଆଜିଠୁ ଦିଲ୍ଲୀରେ ସବୁ ସ୍କୁଲ ବନ୍ଦ ରହିଛି। ଆଜିଠୁ ଦିଲ୍ଲୀରେ ସବୁ ସ୍କୁଲ ବନ୍ଦ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ପ୍ରବଳ ପ୍ରଦୂଷଣ ଯୋଗୁଁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଦିଲ୍ଲୀ ୟୁନିର୍ଭସିଟିରେ ଅନ୍‌ଲାଇନ୍‌ରେ ପାଠ ପଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୋସିଆଲ ମିଡିଆରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କହିଛନ୍ତି, ସୋମବାରଠାରୁ ଜିଆର୍‌ଏପି-୪ ଲାଗୁ ହେବା ସହିତ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବ୍ୟତୀତ ସମସ୍ତ ଛାତ୍ରଙ୍କ ପାଇଁ ଅଫଲାଇନ୍‌ କ୍ଲାସ୍‌ ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ଅନ୍‌ଲାଇନ୍‌ କ୍ଲାସ କରିବେ।

କ୍ରମାଗତ ୫ମ ଦିନରେ ଦିଲ୍ଲୀର ପ୍ରଦୂଷଣସ୍ତର ବିପଜ୍ଜନକ ସ୍ତରରେ ରହିଥିବା ବେଳେ ଦିଲ୍ଲୀ ସରକାର ଏହି ଘୋଷଣା କରିଛନ୍ତି। ଫେଜ ରେସ୍‌ପନ୍ସ ଆକ୍ସନ ପ୍ଲାନ୍‌ (ଜିଆରଏପି)ର ଚତୁର୍ଥ ପର୍ଯ୍ୟାୟରେ ଦିଲ୍ଲୀ-ନ୍ୟାଶନାଲ କ୍ୟାପିଟାଲ ରିଜିଅନ (ଏନ୍‌ସିଆର୍‌) ପାଇଁ ପ୍ରଦୂଷଣ ନିୟନ୍ତ୍ରଣ ଆୟୋଗ ଲାଗୁ ହେବାର କିଛି ଘଣ୍ଟା ପରେ ଏହି ଘୋଷଣା କରାଯାଇଛି।

Leave A Reply

Your email address will not be published.