Odisha Link
Bridging the Missing Links in Odisha

ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା, ଆଜି ସନ୍ଧ୍ୟାରେ ବୈଠକ

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୪ରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ପ୍ରାୟ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା। ଡିସେମ୍ବର ସୁଦ୍ଧା ୧କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ତୃତୀୟ ପର୍ଯ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ। ଡିସେମ୍ବରରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଅଙ୍ଗନବାଡି କର୍ମୀଙ୍କୁ ଏହି ପର୍ଯ୍ୟାୟରେ ଟଙ୍କା ପ୍ରଦାନ କରାଯିବ, ସେଥିପାଇଁ ସେମାନଙ୍କ ସବିଶେଷ ତଥ୍ୟ ଯାଞ୍ଚ ହୋଇଛି। ବାଦ ହିତାଧିକାରୀଙ୍କୁ ସାମିଲ ପାଇଁ ଆଜି ସନ୍ଧ୍ୟାରେ ପୁଣି ବୈଠକ ବସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ବାଦ ପଡ଼ିଛନ୍ତି ୨ ଲକ୍ଷ ୬୭ ହଜାର ହିତାଧିକାରୀ। ପ୍ରାୟ ୫ ଲକ୍ଷ ଆବେଦନକାରୀଙ୍କର ବ୍ୟାଙ୍କ ସହ ଲିଙ୍କେଜ୍‌ ହୋଇନି। ବ୍ୟାଙ୍କ ଆକାଉଣ୍ଟ-ଆଧାର-ମୋବାଇଲ ନମ୍ବର ମଧ୍ୟରେ ସମନ୍ବୟ ନାହିଁ। ଯାହାର ଦୁଇ ତିନିଟି ଆକାଉଣ୍ଟ, ସେମାନଙ୍କର ଏଭଳି ସମସ୍ୟା ହେଉଛି। ବ୍ୟାଙ୍କ ଯାଇ ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଯୋଡ଼ନ୍ତୁ। ୨୪ ତାରିଖରେ ବାକି ଥିବା ହିତାଧିକାରୀଙ୍କୁ ଟଙ୍କା ମିଳିଯିବା କଥା। କେହି ବଞ୍ଚିତ ହେଲେ ୨୪ ତାରିଖ ପରେ ଗାଁ ଗାଁକୁ ଯିବ ଟିମ୍‌। ଅଙ୍ଗନବାଡ଼ି କର୍ମୀ ବ୍ୟକ୍ତିଗତ ଭାବେ ଯାଇ ଭେରିଫିକେସନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.