ସର୍ବଦଳୀୟ ବୈଠକ ଶେଷ, ଗୃହ କାର୍ଯ୍ୟ ସୁପରିଚାଳନା ନେଇ ଆଲୋଚନା
ଓଏଲ୍ ବ୍ୟୁରୋ: ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ। ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମୀଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା, ଆଇନ ମନ୍ତ୍ରୀ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଉପସ୍ଥିତ ରହିଥିଲେ। ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିଛନ୍ତି।
ସୂଚନା ଅନୁସାରେ, ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ବିଧାନସଭା ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ବିଧାନସଭା ପରିଚାଳନା ନେଇ ସବୁ ଦଳ ବାଚସ୍ପତିଙ୍କୁ ନିଜର ମତାମତ ଦେଇଛନ୍ତି। ବୈଠକରେ ଯୋଗଦେବା ପୂର୍ବରୁ ଉଭୟ ଶାସକ ବିଜେପି, ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକଙ୍କ ବୈଠକ ଅନୁଷ୍ଠିତ ହୋଇଛି।