ବାଲେଶ୍ୱରରେ ବାତ୍ୟା ସ୍ଥିତି ସମୀକ୍ଷା: କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଦଳ
ଓଏଲ୍ ବ୍ୟୁରୋ: ବାତ୍ୟା ‘ଦାନା’ ଓ ପରବର୍ତ୍ତୀ ବନ୍ୟା ଯୋଗୁଁ ଉପକୂଳ ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କ୍ଷୟକ୍ଷତିର ଆକଳନ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇସାରିଛି। ବାତ୍ୟା ଦାନା କ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସିଛନ୍ତି। ଗତକାଲି ଭୁବନେଶ୍ବରରେ ପହଞ୍ଚିଛନ୍ତି ୭ ଜଣିଆ କେନ୍ଦ୍ରୀୟ ଟିମ।
ଆଜି ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ବାଲେଶ୍ୱର ସୋର ଅଂଚଳରେ ବାତ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି। ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ବର ବୁଲି କ୍ଷୟକ୍ଷତି ଅନୁଧ୍ୟାନ କରିବେ। ଗୃହ ମନ୍ତ୍ରାଳୟ ଯୁଗ୍ମ ସଚିବ ପି.କେ ରାୟଙ୍କ ନେତୃତ୍ବରେ ୭ ଜଣିଆ ଟିମ୍ କ୍ଷତିଗ୍ରସ୍ତ ଜିଲ୍ଲା ଗସ୍ତ କରିଛନ୍ତି।