ମନ୍ତ୍ରୀଙ୍କ ଦୃଢ଼ୋକ୍ତି: ଗୃହରେ ବିରୋଧୀଙ୍କୁ ସାମ୍ନା କରିବାକୁ ସରକାର ପ୍ରସ୍ତୁତ
ଓଏଲ୍ ବ୍ୟୁରୋ: ଆସନ୍ତାକାଲି ଠାରୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ଆଜି ଶାସକ ବିଜେପିର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସଂଗଠନ ସମ୍ପାଦକ ମାନସ ମହାନ୍ତିଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ବୈଠକରେ ଦଳର ପ୍ରାୟ ସମସ୍ତ ବିଧାୟକ ଉପସ୍ଥିତ ଥିଲେ। ଆଗାମୀ ଅଧିବେଶନରେ ବିରୋଧିଙ୍କୁ କିପରି ମୁକାବିଲା କରାଯିବ ସେନେଇ ବ୍ୟାପକ ରଣନୀତି ପ୍ରସ୍ତୁତ ହୋଇଛି।
ବିରୋଧୀଙ୍କ ସମସ୍ତ ଗଠନ ମୂଳକ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଗୃହରେ ଦଳର ସମସ୍ତ ବିଧାୟକ ଉପସ୍ଥିତ ରହି, ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରଭାବୀ ଢଙ୍ଗରେ ଉପସ୍ଥାପନ କରିବାକୁ ଦଳୀୟ ନେତୃବୃନ୍ଦ ପରାମର୍ଶ ଦେଇଛନ୍ତି। ବିରୋଧୀ ଦଳ ଯେଉଁସବୁ ପ୍ରସଙ୍ଗ ଉଠେଇବେ ତାକୁ ସାମ୍ନା କରିବାକୁ ସରକାର ପ୍ରସ୍ତୁତ ଅଛନ୍ତି।ବିଧାନସଭାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।