ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା: ପ୍ରତିକ୍ରିୟା ରଖିଲେ ପ୍ରମୀଳା ମଲ୍ଲିକ..
ଓଏଲ୍ ବ୍ୟୁରୋ: ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ସମର୍ଥକମାନେ ତାଙ୍କୁ ଆକ୍ରମଣ କରିଥିବା କହିଛନ୍ତି ନିଜେ ବିଧାୟକ ସାହୁ। ଡିଡିଏମ୍ଙ୍କ ଅଫିସକୁ ମିଟିଂ ପାଇଁ ଯିବା ବେଳେ ଯାଜପୁର ବୁଢ଼ାପୋଲ ନିକଟରେ ବିଧାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ପ୍ରମୀଳା ମଲ୍ଲିକ ପ୍ରତିକ୍ରିୟା ରଖିଛନ୍ତି। କ୍ରାଇମବ୍ରାଞ୍ଚ ତଦନ୍ତକୁ ସ୍ୱାଗତ କରିଛନ୍ତି ପ୍ରମୀଳା ମଲ୍ଲିକ। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମୀଳା ମଲ୍ଲିକ କହିଛନ୍ତି, କ୍ରାଇମବ୍ରାଞ୍ଚ ତଦନ୍ତ ହେବା ଭଲ, ଯିଏ ଦୋଷୀ ସେ ଦଣ୍ଡ ପାଇବ। ଆମକୁ ଯାହା ଅନୁଭବ ହେଉଛି ଡିଜିପିଙ୍କୁ ଭେଟି ଜଣାଇବୁ ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମୀଳା ମଲ୍ଲିକ କହିଛନ୍ତି।
ଅନ୍ୟପଟେ, ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଯାଜପୁର ଟାଉନ ଥାନାରେ କ୍ରାଇମ୍ବ୍ରାଞ୍ଚର ୬ ଜଣିଆ ଟିମ୍ ତନାଘନା କରୁଛନ୍ତି। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ଚାଲିଛି। ବିଧାୟକଙ୍କ ପିଏସ୍ଓଙ୍କ ଏତଲା ଆଧାରରେ ୧୦ ଜଣଙ୍କୁ ଗିରଫ କରାଯାଇଛି।