Odisha Link
Bridging the Missing Links in Odisha

କାଲିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ, ମୁତୟନ ହେବେ ୨୪ ପ୍ଲାଟୁନ୍ ପୁଲିସ୍ ଫୋର୍ସ

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ବିଧାନସଭା ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି।

ବିଧାନସଭା ଅଧିବେଶନ ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୨୪ ପ୍ଲାଟୁନ୍ ପୁଲିସ୍ ଫୋର୍ସ, ୮ ଅତିରିକ୍ତ ଡିସିପି, ୪ ପ୍ଲାଟୁନ୍ ଏସଓଜି, ବମ୍ ସ୍କ୍ୱାଡ, ନିୟୋଜିତ ରହିବେ। ବିଧାନସଭା ଅଧିବେଶନରେ ସମଗ୍ର ଗାନ୍ଧୀ ସିସିଟିଭି ନଜରରେ ରହିବ ବୋଲି ଡିଜିପି ଓ୍ବାଇ ବି ଖୁରାନିଆ ସୂଚନା ଦେଇଛନ୍ତି।

ଅନ୍ୟପଟେ, ବିଧାନସଭା ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ହୋଇଛି। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମୀଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା, ଆଇନ ମନ୍ତ୍ରୀ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଉପସ୍ଥିତ ରହିଥିଲେ। ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିଛନ୍ତି।

Leave A Reply

Your email address will not be published.