Odisha Link
Bridging the Missing Links in Odisha

ଅତିରିକ୍ତ ବଜେଟରେ ସୁଭଦ୍ରା ଯୋଜନାକୁ ଗୁରୁତ୍ବ

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ଉପସ୍ଥାପିିତ ହୋଇଯାଇଛି ଅତିରିକ୍ତ ବଜେଟ। ମୋଟ ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍‌ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅତିରିକ୍ତି ବଜେଟରେ ସୁଭଦ୍ରା ଯୋଜନା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

କେବଳ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି ରାଜ୍ୟ ସରକାର। ସେହିପରି ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି, CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟ ବରାଦ, ପୋଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ସେହିପରି ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି ଓ ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।

ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା , ମଧୁବାବୁ ପେନସନ ଯୋଜନାରେ ୩୩୮କୋଟିର ବ୍ୟବସ୍ଥା କରାଯାଇଛି। ସେହିପରି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା କରାଯାଇଛି। ଅତିରିକ୍ତ ବଜେଟ ଉପସ୍ଥାପନା ପରେ ଆସନ୍ତାକାଲି ଯାଏଁ ଗୃହକୁ ମୁଲତବି ରଖିଛନ୍ତି ବାଚସ୍ପତି।

Leave A Reply

Your email address will not be published.