୫ ମାସରେ ଗଲାଣି ୪୦ ହାତୀଙ୍କ ଜୀବନ: ମନ୍ତ୍ରୀ
ଓଏଲ୍ ବ୍ୟୁରୋ: ଆଜି ଠାରୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ବିଧାନସଭା ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ଗୃହ କାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ସଦସ୍ୟଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହୋଇଛି।
ପ୍ରଶ୍ନଉତ୍ତର କାର୍ଯ୍ୟକ୍ରମରେ ବିଧାନସଭାରେ ଜଙ୍ଗଲ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଉତ୍ତର ରଖି କହିଛନ୍ତି। ମନ୍ତ୍ରୀ କହିଛନ୍ତି, ୫ ମାସ ମଧ୍ୟରେ ଓଡ଼ିଶାରେ ମଲେଣି ୪୦ ହାତୀ। ହାତୀ ମୃତ୍ୟୁ ଘଟଣାରେ ୨୬ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ୨ ଜଣ ଫରେଷ୍ଟ ଗାର୍ଡ ଓ ଜଣେ ଫରେଷ୍ଟର। ସେହି ସମୟ ମଧ୍ୟରେ ୫ଟି କଲରାପତରିଆ ବାଘ ମଧ୍ୟ ମରିଛନ୍ତି। ୫ଟି ବାଘ ମାରିବା ପାଇଁ ୧୪ ଜଣଙ୍କୁ ଗିରଫ କରାଯାଇଛି। ବିଧାନସଭାରେ ଜଙ୍ଗଲ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଉତ୍ତର ରଖିଛନ୍ତି।