ମରାମତି ହେବ ରତ୍ନଭଣ୍ଡାର, ୫ କୋଟି ବ୍ୟୟବରାଦ କଲେ ସରକାର
ଓଏଲ୍ ବ୍ୟୁରୋ: ମଙ୍ଗଳବାର ସପ୍ତଦଶ ବିଧାନସଭାର ଦ୍ୱିତୀୟ ଅଧିବେଶନ ଆରମ୍ଭ ହୋଇଛି। ପ୍ରଥମ ଦିନର ଦ୍ଵିତୀୟ ଭାଗରେ ମୁଖ୍ୟମନ୍ତ୍ରୀ ଅତିରିକ୍ତ ବଜେଟ୍ ଉପସ୍ଥାପିତ କରିଛନ୍ତି। ୧୨,୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପିତ କରାଯାଇଛି। ରତ୍ନଭଣ୍ଡାର ସୁରକ୍ଷା ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଛି। ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି।
ସେହିଭଳି ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି, CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା, ପୁଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି, ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି, ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବା ପରେ ଗୃହ ମୁଲତବୀ ରଖାଯାଇଛି।