Odisha Link
Bridging the Missing Links in Odisha

ଆଇଏଏସ୍ ସୁଜାତା କାର୍ତ୍ତିକେୟନଙ୍କ ଛୁଟି ଆବେଦନ ଅଗ୍ରାହ୍ୟ

କାଲିଠୁ କାମରେ ଯୋଗ ଦେବାକୁ ପରାମର୍ଶ

ଓଏଲ୍‌ ବ୍ୟୁରୋ: ଆଇଏଏସ ସୁଜାତା କାର୍ତ୍ତିକେୟନଙ୍କ ଛୁଟି ଆବେଦନ ଅଗ୍ରାହ୍ୟ। ଆଉ ୬ ମାସ ଛୁଟି ଆବେଦନକୁ ଅଗ୍ରାହ୍ୟ କଲେ ସରକାର। କାଲିଠାରୁ ଚାକିରିରେ ଯୋଗ ଦେବାକୁ ସୁଜାତାଙ୍କୁ ପରାମର୍ଶ।

ସୂଚନାଯୋଗ୍ୟ, ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ଥିଲେ ସୁଜାତା। ନିଜ ସନ୍ତାନର ଯତ୍ନ ନେବା ଦର୍ଶାଇ ସୁଜାତା ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ଛୁଟି ମାଗିଥିଲେ,ଯାହାକୁ ତତକାଳୀନ ମୁଖ୍ୟ ସଚିବ ଅନୁମୋଦନ କରିଥିଲେ।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି । ସୁଜାତା ନଭେମ୍ବର ୨୭ରୁ ଆଉ ୬ମାସ ପାଇଁ ଛୁଟିରେ ଯିବାକୁ ଗତ ନଭେମ୍ବର ୪ତାରିଖରେ ମୁଖ୍ୟ ସଚିବଙ୍କୁ ଲିଖିତ ଅନୁରୋଧ କରିଥିଲେ । ତାଙ୍କୁ ଅଧିକ ଛୁଟି ଦେବା ପାଇଁ ସରକାର ରାଜି ନଥିବା ନେଇ ସୁଜାତାଙ୍କୁ ଲିଖିତ ଭାବେ ମହାନ୍ତି ସ୍ପଷ୍ଟ କରିବା ସହ ନଭେମ୍ବର ୨୭ରୁ କାର୍ଯ୍ୟରେ ଯୋଗ ଦେବାକୁ କହିଛନ୍ତି ।

Leave A Reply

Your email address will not be published.