Odisha Link
Bridging the Missing Links in Odisha

ବିଧାନସଭାର ଶୀତ ଅଧିବେଶନ ଆରମ୍ଭ, ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ଠାରୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ବିଧାନସଭା ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ଗୃହ କାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ସଦସ୍ୟଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ଗୃହର ଦିବଂଗତ ସଦସ୍ୟ ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ, ପୂର୍ବତନ ସଦସ୍ୟ ଧନେଶ୍ଵର ମାଝୀ, ମକରଧ୍ବଜ ପ୍ରଧାନ, ନିରଞ୍ଜନ ପ୍ରଧାନ, ଉତ୍କଳ କେଶରୀ ପରିଡ଼ା, ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କଡ଼ାମ, ସିପିଆଇଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ ଶୋକ ପ୍ରସ୍ତାବକୁ ସମର୍ଥନ କରି ଗୃହର ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଶେଷରେ ବାଚସ୍ପତି ସୁରମା ପାଢୀ ଗୃହର ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କରିବା ସହ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।

Leave A Reply

Your email address will not be published.