ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ଉଦଘାଟିତ, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଓ ମହିଳା ଶିଶୁ ବିକାଶ ବିଭାଗ ଦ୍ୱାରା ଭୁବନେଶ୍ବର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ “ମହକ ଓ ଉତ୍ସାହ ୨୦୨୪” ଆୟୋଜିତ ହେଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ।
ଭୁବନେଶ୍ବର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ “ମହକ ଓ ଉତ୍ସାହ ୨୦୨୪” କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରୁ ଭିନ୍ନ ଭିନ୍ନ ବିଦ୍ୟାଳୟର ଶିଶୁମାନେ ଉପସ୍ଥିତ ରହିଛନ୍ତି। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା, ମନ୍ତ୍ରୀ ରବି ନାରାୟଣ ନାଏକ, ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରମୁଖ ଉପସ୍ଥିତ ରହିଥିଲେ।