ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ସତ୍ୟ ଘଟଣା ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର “The Sabarmati Report”, ଯାହାକି ୨୭ ଫେବୃଆରୀ ୨୦୦୨ର ଗୋଧ୍ରା ରେଳ ପୋଡ଼ି ଘଟଣା ଉପରେ ପର୍ଯ୍ୟବସିତ। ଏହି ମର୍ମନ୍ତୁଦ ଘଟଣା ଉପରେ ଆଧାରିତ ଚଳଚ୍ଚିତ୍ରଟି ଏବେ ଓଡ଼ିଶାରେ ପ୍ରଦର୍ଶିତ ହେଉଅଛି। ସତ୍ୟ ଘଟଣା ଉପରେ ଆଧାରିତ ଫିଲ୍ମ ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି, ସତ୍ୟ ଘଟଣା ଉପରେ ଆଧାରିତ ଫିଲ୍ମ ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ଲୋକଙ୍କ ସରକାର ନିଷ୍ପତ୍ତି ନେଇଛନ୍ତି। କିଛି ସ୍ଵାର୍ଥବାଦୀ ବ୍ୟକ୍ତିଙ୍କ ନିଜସ୍ୱ ସ୍ଵାର୍ଥ ପୂରଣ ଏବଂ ଅସ୍ଥିରତା ସୃଷ୍ଟି ପାଇଁ ଗୋଧ୍ରା ଅଗ୍ନି କାଣ୍ଡରେ କିଭଳି ଭାବରେ କାରସେବକଙ୍କୁ ଜୀବନ୍ତ ଦଗ୍ଧ କରାଯାଇଥିଲା ତାହା ଏହି ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶାଯାଇଛି। ଏହି ଚଳଚ୍ଚିତ୍ର ଅତୀତର ଏଭଳି ଏକ ଲୋମହର୍ଷଣକାରୀ, ହୃଦୟ ବିଦାରକ ସତ୍ୟ ଘଟଣାକୁ ଲୋକଙ୍କ ନିକଟରେ ପହଞ୍ଚାଇବ ଏବଂ ସାଧାରଣ ଜନତା ଅଧିକ ସଚେତନ ହେବେ।