ଭୁବନେଶ୍ବର ଆସୁୁଛନ୍ତି ମୋଦି, କମିଶନରେଟ ପୁଲିସ ଜାରି କଲା ଟ୍ରାଫିକ୍ କଟକଣା ବିଜ୍ଞପ୍ତି
ଓଏଲ୍ ବ୍ୟୁରୋ: ଆସନ୍ତାକାଲିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟରେ ପ୍ରଥମଥର ପାଇଁ ଡିଜି-ଆଇଜି ସମ୍ମିଳନୀ। ଏଥିରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋାଦି, ଗୃହମନ୍ତ୍ରୀ ଅମିତ ଶାହ, ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ। ତେବେ ମୋଦିଙ୍କ ଗସ୍ତ ଓ ରାଜ୍ୟକୁ ବହୁ ଭିଭିଆଇପିଙ୍କ ଗସ୍ତକୁ ନଜରରେ ରଖି କମିଶନରେଟ୍ ପୁଲିସ ଟ୍ରାଫିକ କଟକଣା ଜାରି କରିଛି।
ଭୁବନେଶ୍ବରରେ ପ୍ରଥମଥର ପାଇଁ ହେବାକୁ ଥିବା ଡିଜି ଓ ଆଇଜି ସମ୍ମିଳନୀ ପାଇଁ ଟ୍ରାଫିକ୍ କଟକଣା ଜାରି କରାଯାଇଛି। ନଭେମ୍ବର ୨୯ ତାରିଖରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରର ବିଭିନ୍ନ ସ୍ଥାନ ପାଇଁ ଟ୍ରାଫିକ୍ କଟକଣା ଜାରି କରାଯାଇଛି। ବିଶେଷକରି ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହାନ ମନା। ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍ଜି ଛକ, ରାଜଭବନ ଛକ ମନା। ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ ମନା।