ରାଜ୍ୟରେ ଖାଲି ପଡ଼ିଛି ୫ ହଜାରରୁ ଅଧିକ ଡାକ୍ତର ପଦବୀ, ଗୃହରେ ସୂଚନା ଦେଲେ ମନ୍ତ୍ରୀ
ଓଏଲ୍ ବ୍ୟୁରୋ: ରାଜ୍ୟରେ ପଡ଼ିଛି ଡାକ୍ତର ମରୁଡି। ୧୧୧୪ ସ୍ପେଶାଲିଷ୍ଟ ଡାକ୍ତରଙ୍କ ସହ ୫ ହଜାର ୧୪ ଡାକ୍ତର ପଦବୀ ଖାଲି ପଡିଛି। ୩୦ଟି ଜିଲ୍ଲାର ୩୭୫ ଟି ସିଏଚସିରେ ଏହି ଡାକ୍ତରଙ୍କ ପଦବୀ ଖାଲି ପଡିଛି। ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଗୃହରେ ଉତ୍ତର ରଖିଛନ୍ତି।
ମନ୍ତ୍ରୀ କହିଛନ୍ତି, ୫ ହଜାର ୧୪ ଡାକ୍ତର ପଦବୀ ଖାଲି ପଡିଛି। ୩୦ଟି ଜିଲ୍ଲାର ୩୭୫ ଟି ସିଏଚସିରେ ଏହି ଡାକ୍ତରଙ୍କ ପଦବୀ ଖାଲି ପଡିଛି। ଗଞ୍ଜାମରେ ସର୍ବାଧିକ ୪୫୦, ମୟୁରଭଞ୍ଜରେ ୩୦୯, ଖୋର୍ଦ୍ଧାରେ ୧୨, କଟକରେ ୨୮୧ ଡାକ୍ତର ଖାଲି ପଡିଛି। ସେହିପରି ସ୍ପେଶାଲିଷ୍ଟ ଡାକ୍ତର ସର୍ବାଧିକ ମୟୁରଭଞ୍ଜରେ ୮୭, ଗଞ୍ଜାମରେ ୮୭, ଖୋର୍ଦ୍ଧାରେ ୨୯, କଟକରେ ୪୩ ପଦବୀ ଖାଲି ପଡିଛି। ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଉତ୍ତର ରଖିଛନ୍ତି।
ଅନ୍ୟପଟେ, ଅଡୁଆରେ ରାଜ୍ୟର ୧୯୬ ଡାକ୍ତର। କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ମନ୍ତ୍ରୀ ଚେତାବନୀ ଦେଇଛନ୍ତି। ଦୀର୍ଘ ଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବେ ସରକାର। ସରକାରୀ ନିୟମ ଅନୁସାରେ ବିହିତ କାର୍ଯ୍ୟାନୁଷ୍ଠାନ କରିବେ ସରାକର। ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଗୃହରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଉତ୍ତର ରଖିଛନ୍ତି। ବିଭିନ୍ନ କ୍ୟାଡରର ୧୯୬ ଡାକ୍ତର ବିଭିନ୍ନ କାରଣ ଦର୍ଶାଇ ଛୁଟିରେ ଅଛନ୍ତି। ଦୀର୍ଘ ଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବେ ସରକାର ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି।