Odisha Link
Bridging the Missing Links in Odisha

ପୋଲାଭରମ ପ୍ରସଙ୍ଗ: ବିରୋଧୀ ଦଳ ନେତାଙ୍କ ବଡ଼ ପ୍ରତିକ୍ରିୟା…

ଓଏଲ୍‌ ବ୍ୟୁରୋ: ବିଧାନସଭା ଶୀତ ଅଧିବେଶନ ଜାରି ରହିଛି। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ବିଧାନସଭା ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ତେବେ ଆଜି ବିଧାନସଭା ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖାଦେଇଛି। ହଟ୍ଟଗୋଳ କାରଣରୁ ଦିନ ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ ରଖାଯାଇଥିଲା।

ଗୃହରେ ପୋଲାଭରମ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ହଟ୍ଟଗୋଳ କରିଥିଲେ। ମୁଲତବୀ ପ୍ରସ୍ତାବ ଗ୍ରହଣ ନକରିବାରୁ କଂଗ୍ରେସ ବିଧାୟକ ହଟ୍ଟଗୋଳ କରିଥିଲେ। ଏହା ପରେ ଗୃହ ମୁଲତବୀ ରଖାଯାଇଥିଲା।

ପୋଲାଭରମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ କହିଛନ୍ତି, ବିଜେଡି ଆଗରୁ ବି ରାଜ୍ୟର ସ୍ବାର୍ଥ ପାଇଁ ଲଢେ଼ଇ କରୁଥିଲା। ଆଉ ଆଗକୁ ବି ଲଢେଇ ଜାରି ରଖିବ ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି।

Leave A Reply

Your email address will not be published.