Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ରେବତୀ ରମଣ, ଏକକାଳୀନ ୯ଟି ସ୍ଥାନରେ ରେଡ୍‌

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ ରେବତୀ ରମଣ ଯୋଶୀଙ୍କ ଘରେ ଜୋରଦାର ଚଢାଉ ଚାଲିଛି। ଏକକାଳୀନ ୯ଟି ସ୍ଥାନରେ ରେଡ୍ କରାଯାଉଛି। ଆୟ ବହିର୍ଭୁତ ସଂପତି ଠୁଳ ଅଭିଯୋଗରେ ରେଡ୍ କରାଯାଉଛି। ସମ୍ବଲପୁରର ୭ଟି ଓ ବରଗଡ଼ର ୨ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରୁଛି। ସମ୍ବଲପୁରରେ ଥିବା ରେବତୀ ରମଣଙ୍କ ଅଫିସ୍, ଡିୟର ପାର୍କ ନିକଟରେ ଥିବା ସରକାରୀ କ୍ବାର୍ଟରେ ରେଡ୍ ଚାଲିଛି।

ସମ୍ବଲପୁର ଅଇଁଠାପାଲି ସ୍ଥିତ ତିନି ମହଲା ଘର, ଚର୍ଚ୍ଚ ଛକ ନିକଟରେ ଥିବା ଫ୍ଲାଟରେ ଭିଜିଲାନ୍ସ ଯାଂଚ କରୁଛି। ବ୍ରଜଧାମ ହାଉସିଂ ସୋସାଇଟିରେ ଥିବା ଘର, ସିଟି ପ୍ରାଇଡ୍ ଆପାର୍ଟମେଣ୍ଟରେ ଥିବା ଫ୍ଲାଟରେ ମଧ୍ୟ ଚଢାଉ କରାଯାଉଛି। ସମ୍ବଲପୁର ମଲ୍ଲିପାଲିରେ ଥିବା କୋଠାରେ ମଧ୍ୟ ପହଞ୍ଚିଛନ୍ତି ଭିଜିଲାନ୍ସ ଅଧିକାରୀ। ସେହିପରି ବରଗଡ଼ ପଦ୍ମପୁରରେ ଥିବା ଘର ଓ ବିଜେପୁର ବଳନ୍ଦାରେ ଥିବା ପୈତୃକ ଘରେ ମଧ୍ୟ ଭିଜିଲାନ୍ସ ଟିମ୍ ଚଢାଉ କରାଯାଇଛି।

Leave A Reply

Your email address will not be published.