Odisha Link
Bridging the Missing Links in Odisha

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଓଏଲ୍‌ ବ୍ୟୁରୋ: ବିଧାନସଭା ଶୀତ ଅଧିବେଶନ ଜାରି ରହିଛି। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ବିଧାନସଭା ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ତେବେ ଆଜି ବିଧାନସଭା ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖାଦେଇଛି। ହଟ୍ଟଗୋଳ କାରଣରୁ ଦିନ ସାଢ଼େ ୧୧ଟା ଯାଏ ପ୍ରଥମେ ଗୃହ ମୁଲତବୀ ରଖାଯାଇଥିଲା। ପରେ ପୋଲାଭରମ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ହଟ୍ଟଗୋଳ କରିବାରୁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ରଖାଯାଇଛି। ମୁଲତବୀ ପ୍ରସ୍ତାବ ଗ୍ରହଣ ନକରିବାରୁ କଂଗ୍ରେସ ବିଧାୟକ ହଟ୍ଟଗୋଳ କରିଥିଲେ।

Leave A Reply

Your email address will not be published.