ସୁଦୃଢ଼ ହେବ ଓଡ଼ିଶାର ଶିକ୍ଷା ଭିତ୍ତିଭୂମି, ଦେଶରେ ଖୋଲିବ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ
ଓଏଲ୍ ବ୍ୟୁରୋ: ସୁଦୃଢ଼ ହେବ ଶିକ୍ଷା ବ୍ୟବସ୍ଥା। ଶିକ୍ଷାର ଭିତ୍ତିଭୂମିର ବିକାଶ ପାଇଁ ଦେଶରେ ଖୋଲିବ ମୋଟ ୮୫ଟି କେନ୍ଦ୍ରୀୟ ବିଦ୍ୟାଳୟ। ଓଡ଼ିଶାରେ ଖୋଲିବ ଆଉ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ୮୫ଟି ସ୍କୁଲ ପାଇଁ ୮ବର୍ଷରେ ୫,୮୭୨ କୋଟି ଟଙ୍କା ଖର୍ଚ୍ଚ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ଏହି ନିଷ୍ପତ୍ତି ହୋଇଛି।
ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ହେବ। ଏହା ସହିତ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର କରାଯାଇଛି। ଅର୍ଥନୈତିକ ବ୍ୟାପାର ସଂପର୍କିତ କ୍ୟାବିନେଟ କମିଟି ଏହି ମଂଜୁରି ପ୍ରଦାନ କରିଛନ୍ତି। ଏଥି ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।