ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ
ଓଏଲ୍ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ। ଡିସେମ୍ବର ମାସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ପୂର୍ବରୁ ସୂଚନା ମଧ୍ୟ ଦିଆଯାଇଛି। ବିଧାନସଭା ଚାଲୁଥିବାରୁ ସୋମବାର ଗୁଡ଼ିକରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରଖାଯାଇଛି।
ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସୂଚନା ଅନୁସାରେ, ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିଛି। ସେହିଭଳି ଆସନ୍ତା ୧୬,୨୩,୩୦ ରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।