Odisha Link
Bridging the Missing Links in Odisha

ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ, ସ୍ଵାସ୍ଥ୍ୟବସ୍ଥା ପଚାରି ବୁଝିଲେ କଣ୍ଟାବାଞ୍ଜି ବିଧାୟକ

ଓଏଲ୍‌ ବ୍ୟୁରୋ: ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ମୁରିବାହାଲ ବ୍ଲକ ଡେଙ୍ଗପଦର ୟୁପି ସ୍କୁଲର ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ଥିବା ଜଣା ପଡିବା ପରେ ଅସୁସ୍ଥ ଛାତ୍ର ଛାତ୍ରୀଙ୍କୁ ଟିଟିଲାଗଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଥିବା ଛାତ୍ରଛାତ୍ରୀଙ୍କୁ ଭେଟିଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ। ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଭେଟି ସେମାନଙ୍କ ସ୍ଵାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

ସୂଚନା ଅନୁସାରେ, ଡେଙ୍ଗପଦର ୟୁପି ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ବାନ୍ତି କରିଥିଲେ ଛାତ୍ରଛାତ୍ରୀ। ସେହିପରି ବାଲିଗୁଡାରେ ଦାରିଙ୍ଗିବାଡି ବ୍ଲକ ସିମନବାଡି ୟୁପି ସ୍କୁଲର ମଧ୍ୟାହ୍ନ ଭୋଜନ ଖାଇ ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଥିଲେ। ସମସ୍ତ ଛାତ୍ରଛାତ୍ରୀଙ୍କୁ ସିମନବାଡି ମେଡିକାଲରେ ଭର୍ତ୍ତି କରାଯାଇଛି। ମଧ୍ୟାହ୍ନ ଭୋଜନ ଖାଇବା ପରେ ବାନ୍ତି ସହ ପେଟ କାଟୁଥିବାରୁ ମେଡିକାଲରେ ଭର୍ତ୍ତି କରାଯାଇଥିିଲା।

Leave A Reply

Your email address will not be published.