ମମତାଙ୍କ ଫର୍ମୁଲାରେ ରାଜ୍ୟସଭା ଯିବେ ସୁଜିତ
ଓଏଲ୍ ବ୍ୟୁରୋ: ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର। ବିଜେପିର ରାଜ୍ୟସଭା ପ୍ରାର୍ଥୀ ଭାବେ ସୁଜିତ କୁମାର ବିଧାନସଭାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଭରିବା ବେଳେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ, ବିଜେପି ସଭାପତି ମନମୋହନ ସାମଲ ଏବଂ ୩୦ ବିଧାୟକ ଉପସ୍ଥିତ ଥିଲେ।
କିଛି ସମୟ ପୂର୍ବରୁ ସୁଜିତ କୁମାରଙ୍କୁ ବିଜେପି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଥିଲା। ବିଜେପି କେନ୍ଦ୍ରୀୟ ଚୟନ କମିଟି ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଥିଲା। ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏଥିସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ସେ ବିଜେପିରେ ମିଶିଥିଲେ। ଏହାପୂର୍ବରୁ ମମତା ମହନ୍ତ ବିଜେଡି ଛାଡ଼ି ବିଜେପି ଆସିବା ପରେ ଦଳ ତାଙ୍କୁ ପୁଣି ଥରେ ରାଜ୍ୟସଭା ପଠାଇଥିଲା। ସମାନ ଫମୁର୍ଲାରେ ସୁଜିତଙ୍କୁ ପୁଣି ଥରେ ବିଜେପି ରାଜ୍ୟସଭା ପଠାଇଛି। ଏପ୍ରିଲ ୨୦୨୬ ଯାଏଁ ସୁଜିତ କୁମାର କାର୍ଯ୍ୟକାଳ ରହିଛି।