Odisha Link
Bridging the Missing Links in Odisha

ଲୋୟର ପିଏମ୍‌ଜିରେ ମିଶନ ଶକ୍ତି ମହିଳାଙ୍କ ଗର୍ଜନ, ବିରୋଧୀଙ୍କ ସମର୍ଥନ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଶାସନଭାର ସମ୍ଭାଳୁଛି ବିଜେପି ସରକାର। ନୂଆ ସରକାର ଲୋକ ମାନଙ୍କ ନୂଆ ଆଶା ହୋଇଥିବାବେଳେ ବିଭିନ୍ନ ଅଭିଯୋଗ ପୁଣି ମୁଣ୍ଡ ଟେକିଲାଣି। କିଛି ଦିନର ବିରତି ପରେ ପୁଣି ଆରମ୍ଭ ହୋଇଛି ଆନ୍ଦୋଳନ। ୯ ମାସ ହେଲା ଦରମା ପାଇନଥିବା ଅଭିଯୋଗରେ ରାଜରାସ୍ତାରେ ହଜାର ହଜାର ମହିଳାଙ୍କ ବିକ୍ଷୋଭ। ଲୋୟର ପିଏମ୍‌ଜିରେ ଆଜି ବି ଏମବିକେ, ବ୍ୟାଙ୍କ ମିତ୍ର, କୃଷି ମିତ୍ର ଓ ପ୍ରାଣୀ ମିତ୍ର ମହିଳାଙ୍କ ଗର୍ଜନ ଦେଖିବାକୁ ମିଳିଛି। ଲୋୟର ପିଏମ୍‌ଜି ଧାରଣାସ୍ଥଳରେ ବିରୋଧୀ ସାମିଲ ହୋଇଛନ୍ତି। ବିଜେଡି ସହ ଧାରଣାରେ ସାମିଲ ହେଲା କଂଗ୍ରେସ।

ମିଶନ ଶକ୍ତି ମହିଳାଙ୍କ ଧାରଣାକୁ ନେଇ ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ବିଜେପି ସରକାର ମହିଳାଙ୍କ ଦରମା ରୋକିବାକୁ ଷଡ଼ଯନ୍ତ୍ର କରୁଛି। ଏହାକୁ ବିଜେଡି ଦୃଢ ନିନ୍ଦା କରୁଛି। ୭୦ ଲକ୍ଷରୁ ଅଧିକ ମହିଳା ମିଶନ ଶକ୍ତିରେ କାମ କରୁଛନ୍ତି। ବିଜେଡି ସବୁବେଳେ ମିଶନ ଶକ୍ତି ସହ ରହିଅଛି ବୋଲି ନବୀନ ପଟ୍ଟନାୟକ କହିଛନ୍ତି।

ଅନ୍ୟପଟେ, ରାଜରାସ୍ତାରେ ହଜାର ହଜାର ମହିଳାଙ୍କ ବିକ୍ଷୋଭ ପ୍ରସଙ୍ଗରେ ପ୍ରଭାତୀ ପରିଡ଼ା ବଡ଼ ପ୍ରତିକ୍ରିୟା ରଖିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଗତକାଲି ବିଧାନସଭାରେ ଏନେଇ ଚର୍ଚ୍ଚା ହୋଇଛି। ମହିଳାଙ୍କୁ କେହି ବିଭ୍ରାନ୍ତ କରନ୍ତୁ ନାହିଁ। କାହା କଥାରେ ପଡ଼ି ରାସ୍ତାରେ ଗଡ଼ିବା ଆବଶ୍ୟକତା ନାହିଁ। ମହିଳାଙ୍କ ସ୍ବାର୍ଥରେ ଯାହା ଉଚିତ୍ ତାହା ପଦକ୍ଷେପ ନିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.