ମିଶନ ଶକ୍ତି ମହିଳାଙ୍କ ଧାରଣା ପ୍ରସଙ୍ଗ: ବଡ଼ ବୟାନ ଦେଲେ ଉପମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ବଦଳିଛି ସରକାର, ସରୁନି ଆନ୍ଦୋଳନ। ରାଜ୍ୟରେ ଶାସନଭାର ସମ୍ଭାଳୁଛି ବିଜେପି ସରକାର। ନୂଆ ସରକାର ଲୋକ ମାନଙ୍କ ନୂଆ ଆଶା ହୋଇଥିବାବେଳେ ବିଭିନ୍ନ ଅଭିଯୋଗ ପୁଣି ମୁଣ୍ଡ ଟେକିଲାଣି। କିଛି ଦିନର ବିରତି ପରେ ପୁଣି ଆରମ୍ଭ ହୋଇଛି ଆନ୍ଦୋଳନ। ୯ ମାସ ହେଲା ଦରମା ପାଇନଥିବା ଅଭିଯୋଗରେ ରାଜରାସ୍ତାରେ ହଜାର ହଜାର ମହିଳାଙ୍କ ବିକ୍ଷୋଭ ପ୍ରସଙ୍ଗ ଗୃହରେ ହଂଗାମା ସୃଷ୍ଟି କରିଛି।
ଯାହାକୁ ନେଇ ପ୍ରଭାତୀ ପରିଡ଼ା ବଡ଼ ପ୍ରତିକ୍ରିୟା ରଖିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଗତକାଲି ବିଧାନସଭାରେ ଏନେଇ ଚର୍ଚ୍ଚା ହୋଇଛି। ମହିଳାଙ୍କୁ କେହି ବିଭ୍ରାନ୍ତ କରନ୍ତୁ ନାହିଁ। କାହା କଥାରେ ପଡ଼ି ରାସ୍ତାରେ ଗଡ଼ିବା ଆବଶ୍ୟକତା ନାହିଁ। ମହିଳାଙ୍କ ସ୍ବାର୍ଥରେ ଯାହା ଉଚିତ୍ ତାହା ପଦକ୍ଷେପ ନିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ୟପଟେ, ୯ ମାସ ହେଲା ଦରମା ପାଇନଥିବା ଅଭିଯୋଗରେ ରାଜରାସ୍ତାରେ ହଜାର ହଜାର ମହିଳାଙ୍କ ବିକ୍ଷୋଭ ପ୍ରସଙ୍ଗ ଗୃହରେ ହଂଗାମା ସୃଷ୍ଟି ହୋଇଛି। ଏମବିକେ, ବ୍ୟାଙ୍କ ମିତ୍ର, କୃଷି ମିତ୍ର ଓ ପ୍ରାଣୀ ମିତ୍ର ମହିଳାଙ୍କ ପାଇଁ ଆଜି ବିଧାନସଭା ଆରମ୍ଭ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ହଟ୍ଟଗୋଳ କାରଣରୁ ଦିନ ସାଢେ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ରଖାଯାଇଛି।