Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଡିସେମ୍ବର ୩୧ରେ ମିଳିବ ମାଧୋସିଂ ହାତଖର୍ଚ୍ଚ

ଓଏଲ୍‌ ବ୍ୟୁରୋ: ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ଡିସେମ୍ବର ୩୧ରେ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ ହେବ। ଏହି ଯୋଜନା ମାଧ୍ୟମରେ ଅଷ୍ଟମ ବା ଦଶମ ଶ୍ରେଣୀରୁ ଉତ୍ତୀର୍ଣ୍ଣ ହୋଇ ନବମ ବା ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଅନୁସୂଚିତ ଜନଜାତିର ଛାତ୍ରଛାତ୍ରୀଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା। ଡିସେମ୍ବର ୩୧ରେ ବରଗଡ଼ ଜିଲ୍ଲା ଘେଁସରେ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ ହେବ ବୋଲି ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଓଡ଼ିଶାରେ ଛାତ୍ରଛାତ୍ରୀଙ୍କ ସ୍କୁଲ ଡ୍ରପଆଉଟ୍ ହାର କମାଇବରେ ମାଧୋ ସିଂ ହାତଖର୍ଚ୍ଚ ଯୋଜନା ସହାୟକ ହେବ। ଚଳିତ ବର୍ଷ ଏହି ଯୋଜନାରେ ୩ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ। ଏହି ଯୋଜନା ପାଇଁ ମୋଟ ୧୫୬ କୋଟି ଟଙ୍କା ଖର୍ଚ୍ଚ ହେବ।

Leave A Reply

Your email address will not be published.