ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ଓଏଲ୍ ବ୍ୟୁରୋ: ଶ୍ରୀମନ୍ଦିରରେ ଆଜି ଗୁରୁବାର ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗ ବ୍ୟବହାର କରାଯାଇ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ନ ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବା ସହ ପୁନର୍ବାର ଦର୍ଶନ ଆରମ୍ଭ ହେବ।