Odisha Link
Bridging the Missing Links in Odisha

ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଦେଲେ ନିର୍ଦ୍ଦେଶ

ଓଏଲ୍‌ ବ୍ୟୁରୋ: ପୁଣି ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ। ଡିସେମ୍ବର ମାସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ପୂର୍ବରୁ ସୂଚନା ଦିଆଯାଇଥିବାବେଳେ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଖୋଲା ରହିଛି। ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ସହ ସୁବିଧା ଅସୁବିଧା ସମ୍ପର୍କରେ ବୁଝୁଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନା ଅନୁସାରେ, ବିଧାନସଭା ଚାଲୁଥିବାରୁ ସୋମବାର ଗୁଡ଼ିକରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରଖାଯାଇଥିଲା। ତେବେ ବିଧାନସଭା ଶୀତ ଅଧିବେଶନ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ବାତିଲ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ହେବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଥିଲା।

Leave A Reply

Your email address will not be published.