Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ

ଓଏଲ୍‌ ବ୍ୟୁରୋ: କମୁଛି ପାରଦ ଆଉ ଧୀରେ ଧୀରେ ବଢୁଛି ଶୀତ। ସକାଳ ଓ ରାତି ସମୟରେ ଘରୁ ବାହାରିବା କଷ୍ଟ ହୋଇ ପଡ଼ୁଛି। ସକାଳେ କୁହୁଡିର ଚାଦର ଢାଙ୍କି ହୋଇଯାଉଛି। ସନ୍ଧ୍ୟା ହେବା ମାତ୍ରେ ମାଡ଼ି ଆସୁଛି ଜାଡ଼। ଦେହ ଥରାଇ ଦେଉଛି କୋହଲା ପବନ। ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି।

ଅନ୍ୟପଟେ, ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି। ରାଜ୍ୟରେ କୋହଲା ପାଗ ସାଙ୍ଗକୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ଗଜପତି, ଗଞ୍ଜାମ ସହ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପରେ ବର୍ଷା ଆକଳନ ହେବାରୁ ଫସଲ ନେଇ ଚାଷୀର ଚିନ୍ତା ବଢିଛି। ଶୀତକାକରରେ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ତେବେ ଉପାନ୍ତ ଓ ପାହାଡିଆ ଅଞ୍ଚଳମାନଙ୍କରେ ଆହୁରି ଶୀତ ବଢିବା ନେଇ ସୂଚନା ରହିଛି।

Leave A Reply

Your email address will not be published.