Odisha Link
Bridging the Missing Links in Odisha

ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଓଏଲ୍‌ ବ୍ୟୁରୋ: ଅବପାତରେ ପରିଣତ ହେଲା ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସଦୃଶ୍ୟ ଲଘୁଚାପ। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ କେନ୍ଦ୍ରୀଭୂତ ରହିଛି। ଏହି ଅବପାତ ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର।

ବର୍ତ୍ତମାନ ଘଣ୍ଟା ପ୍ରତି ୭ କିଲୋମିଟର ଗତିରେ ପୂର୍ବ ଉତ୍ତର ପୂର୍ବ ଦିଗରେ ଗତି କରୁଛି ଲଘୁଚାପ। ଏହା ବର୍ତ୍ତମାନ ଗୋପାଳପୁରଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୬୦୦ କିଲୋମିଟର ଦୂରରେ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଗତକାଲିଠୁ ଲାଗି ରହିଛି ବର୍ଷା। ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଆଜି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ।

Leave A Reply

Your email address will not be published.